6ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘାʼ ମଳିନ ହୋଇଥାଏ ଓ ଘାʼ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
7ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
8ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
9କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘାʼ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
10ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,