1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
3ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ, ଯଦି କୁଷ୍ଠୀର କୁଷ୍ଠରୋଗର ଘାʼ ସୁସ୍ଥ ହୋଇଥାଏ,
4ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।