18ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।
19ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।
20ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।
21ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;
22ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।