28ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।
29ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
30ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;
31ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
32ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”