33ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
34“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;
35ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ‘ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;’
36ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରେ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।
37ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,