53ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।”
54କୁଷ୍ଠରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;
55ପୁଣି, ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠରୋଗ;
56ଆଉ, ଫୁଲା ଓ ପାମା ଓ ଚିକ୍କଣ ଚିହ୍ନ,
57ଏହିସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।