7ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।
8ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
9ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।
10ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।
11ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;