10ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
11ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
12ପୁଣି, ପ୍ରମେହୀ ଯେଉଁ ମୃତ୍ତିକା ପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।
13ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।
14ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।