15ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
16ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
17ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
18ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
19ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତ ଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।