16ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
17ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
18ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।
19ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତ ଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
20ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।