ଲେବୀୟ ପୁସ୍ତକ 15

ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।

Leviticus 15:28 (UKJV) But if she be cleansed of her issue, then she shall number to herself seven days, and after that she shall be clean.

26ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।

27ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

28ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।

29ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।

30ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.