ଲେବୀୟ ପୁସ୍ତକ 15

ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।

Leviticus 15:29 (UKJV) And on the eighth day she shall take unto her two turtles, or two young pigeons, and bring them unto the priest, to the door of the tabernacle of the congregation.

27ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

28ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।

29ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।

30ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

31ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.