1ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।
3ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ।
4ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ।
5ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।