ଲେବୀୟ ପୁସ୍ତକ 15

ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”

Leviticus 15:31 (UKJV) Thus shall all of you separate the children of Israel from their uncleanness; that they die not in their uncleanness, when they defile my tabernacle that is among them.

29ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।

30ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

31ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”

32ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,

33ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.