ଲେବୀୟ ପୁସ୍ତକ 16

ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।

Leviticus 16:13 (UKJV) And he shall put the incense upon the fire before the LORD, that the cloud of the incense may cover the mercy seat that is upon the testimony, that he die not:

11ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।

12ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।

13ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।

14ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।

15ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.