ଲେବୀୟ ପୁସ୍ତକ 16

ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।

Leviticus 16:14 (UKJV) And he shall take of the blood of the bullock, and sprinkle it with his finger upon the mercy seat eastward; and before the mercy seat shall he sprinkle of the blood with his finger seven times.

12ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।

13ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।

14ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।

15ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।

16ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.