ଲେବୀୟ ପୁସ୍ତକ 16

ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।

Leviticus 16:19 (UKJV) And he shall sprinkle of the blood upon it with his finger seven times, and cleanse it, and hallow it from the uncleanness of the children of Israel.

17ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,

18ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।

19ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।

20ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।

21ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହାସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇଦେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.