ଲେବୀୟ ପୁସ୍ତକ 16

ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।

Leviticus 16:25 (UKJV) And the fat of the sin offering shall he burn upon the altar.

23ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।

24ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

25ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।

26ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।

27ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇ ଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.