25ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।
26ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।
27ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇ ଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।
28ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
29ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।