ଲେବୀୟ ପୁସ୍ତକ 16

ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।

Leviticus 16:31 (UKJV) It shall be a sabbath of rest unto you, and all of you shall afflict your souls, by a statute for ever.

29ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।

30କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।

31ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।

32ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ରସବୁ ପିନ୍ଧିବ।

33ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.