30କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।
31ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।
32ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍, ପବିତ୍ର ବସ୍ତ୍ରସବୁ ପିନ୍ଧିବ।
33ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
34ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।