5ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।
6ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
7ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।
8ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।
9ପୁଣି, ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ।