9ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
10ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
11କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।
12ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।
13ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟ ଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।