ଲେବୀୟ ପୁସ୍ତକ 17

ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।

Leviticus 17:15 (UKJV) And every soul that eats that which died of itself, or that which was torn with beasts, whether it be one of your own country, or a stranger, he shall both wash his clothes, and bathe himself in water, and be unclean until the even: then shall he be clean.

13ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟ ଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।

14କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।

15ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।

16ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.