ଲେବୀୟ ପୁସ୍ତକ 17

ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Leviticus 17:4 (UKJV) And brings it not unto the door of the tabernacle of the congregation, to offer an offering unto the LORD before the tabernacle of the LORD; blood shall be imputed unto that man; he has shed blood; and that man shall be cut off from among his people:

2“ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

3ଇସ୍ରାଏଲ ବଂଶରୁ ଜାତ ଯେକେହି ଗୋରୁ, କି ମେଷ, କି ଛାଗ ଛାଉଣି ମଧ୍ୟରେ କିମ୍ବା ଛାଉଣି ବାହାରେ ବଧ କରେ,

4ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

5ଏହେତୁ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।

6ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.