5ଏହେତୁ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।
6ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।
7ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
8ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,
9ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।