14ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
15ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
16ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।
17ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।
18ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକୁ ଗ୍ରହଣ କରିବ ନାହିଁ।