4ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
6ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
7ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
8ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।