ଲେବୀୟ ପୁସ୍ତକ 19

ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।

Leviticus 19:11 (UKJV) All of you shall not steal, neither deal falsely, neither lie one to another.

9ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।

10ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

11ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।

12ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।

13ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.