ଲେବୀୟ ପୁସ୍ତକ 19

ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।

Leviticus 19:24 (UKJV) But in the fourth year all the fruit thereof shall be holy to praise the LORD likewise.

22ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।

23ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହାସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ।

24ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।

25ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

26ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.