2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
3ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
4ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ।
6ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।