1ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;
2ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
3ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।