ଲେବୀୟ ପୁସ୍ତକ 2

ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।

Leviticus 2:15 (UKJV) And you shall put oil upon it, and lay frankincense thereon: it is a food offering.

13ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।

14ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।

15ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।

16ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.