2ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
3ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
4ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।
5ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।
6ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।