4ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।
5ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।
6ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।
7ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।
8ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।