23ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
24ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
25ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।
26ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।
27ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”