ଲେବୀୟ ପୁସ୍ତକ 20

ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।

Leviticus 20:3 (UKJV) And I will set my face against that man, and will cut him off from among his people; because he has given of his seed unto Molech, to defile my sanctuary, and to profane my holy name.

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।

3ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।

4ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,

5ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.