1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।
2କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।
3ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।