13ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
14ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
15ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
16ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
17“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟଦ୍ରବ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।