ଲେବୀୟ ପୁସ୍ତକ 21

କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍‍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।

Leviticus 21:2 (UKJV) But for his kin, that is near unto him, that is, for his mother, and for his father, and for his son, and for his daughter, and for his brother.

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।

2କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍‍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।

3ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।

4ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.