ଲେବୀୟ ପୁସ୍ତକ 21

ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”

Leviticus 21:23 (UKJV) Only he shall not go in unto the vail, nor come nigh unto the altar, because he has a blemish; that he profane not my sanctuaries: for I the LORD do sanctify them.

21ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।

22ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।

23ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”

24ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.