6ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
7ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।
8ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।
9ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।
10ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।