ଲେବୀୟ ପୁସ୍ତକ 22

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Leviticus 22:1 (UKJV) And the LORD spoke unto Moses, saying,

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

2“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।

3ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.