ଲେବୀୟ ପୁସ୍ତକ 22

ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

Leviticus 22:17 (UKJV) And the LORD spoke unto Moses, saying,

15ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହାସବୁ ଅପବିତ୍ର କରିବେ ନାହିଁ।

16ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”

17ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

18“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ‘ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,

19ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂପଶୁ ଉତ୍ସର୍ଗ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.