ଲେବୀୟ ପୁସ୍ତକ 22

“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।

Leviticus 22:2 (UKJV) Speak unto Aaron and to his sons, that they separate themselves from the holy things of the children of Israel, and that they profane not my holy name in those things which they hallow unto me: I am the LORD.

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

2“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।

3ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।

4ପୁଣି, ହାରୋଣ-ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.