ଲେବୀୟ ପୁସ୍ତକ 22

ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।

Leviticus 22:20 (UKJV) But whatsoever has a blemish, that shall all of you not offer: for it shall not be acceptable for you.

18“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ‘ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,

19ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂପଶୁ ଉତ୍ସର୍ଗ କରିବେ।

20ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।

21ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।

22ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.