23ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।
24ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।
25କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।’”
26ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ,
27“ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ।