30ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
31ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
32ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।
33ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”