ଲେବୀୟ ପୁସ୍ତକ 23

ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

Leviticus 23:14 (UKJV) And all of you shall eat neither bread, nor parched corn, nor green ears, until the very same day that all of you have brought an offering unto your God: it shall be a statute for ever throughout your generations in all your dwellings.

12ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।

13ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ।

14ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

15ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।

16ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.