ଲେବୀୟ ପୁସ୍ତକ 23

ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।

Leviticus 23:16 (UKJV) Even unto the next day after the seventh sabbath shall all of you number fifty days; and all of you shall offer a new food offering unto the LORD.

14ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

15ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।

16ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।

17ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।

18ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.